Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:22-31

Help us?
Click on verse(s) to share them!
22ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।
23ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।
24କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।
25ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।
26ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।
27ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।
28କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି।
29ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।
30ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ।
31ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି।

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:22-31ଗୀତସଂହିତା 22:22-31