27ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।
28କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି।
29ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।
30ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ।