5ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ।
6ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।
7ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,
8“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”
9ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।
10ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
11ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।