Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 22

ଗୀତସଂହିତା 22:9-24

Help us?
Click on verse(s) to share them!
9ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।
10ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
11ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।
12ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।
13ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି।
14ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ।
15ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ।
16କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।
17ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି।
18ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।
19ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।
20ଖଡ୍ଗରୁ ମୋ’ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର।
21ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।
22ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।
23ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।
24କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।

Read ଗୀତସଂହିତା 22ଗୀତସଂହିତା 22
Compare ଗୀତସଂହିତା 22:9-24ଗୀତସଂହିତା 22:9-24