Text copied!
Bibles in Odia

ଗୀତସଂହିତା 23:1-4 in Odia

Help us?

ଗୀତସଂହିତା 23:1-4 in ଓଡିଆ ବାଇବେଲ

1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।
2 ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।
3 ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।
4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ଗୀତସଂହିତା 23 in ଓଡିଆ ବାଇବେଲ