Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 24

ଗୀତସଂହିତା 24:3-10

Help us?
Click on verse(s) to share them!
3କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ ?
4ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।
5ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।
6ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। ସେଲା
7ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
8ଗୌରବମୟ ରାଜା କିଏ ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।
9ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
10ଏହି ଗୌରବମୟ ରାଜା କିଏ ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। ସେଲା

Read ଗୀତସଂହିତା 24ଗୀତସଂହିତା 24
Compare ଗୀତସଂହିତା 24:3-10ଗୀତସଂହିତା 24:3-10