Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 25

ଗୀତସଂହିତା 25:15-22

Help us?
Click on verse(s) to share them!
15ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ।
16ମୋ’ ପ୍ରତି ଫେର ଓ ମୋ’ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ।
17ମୋ’ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର।
18ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର।
19ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି।
20ମୋ’ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି।
21ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ।
22ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର।

Read ଗୀତସଂହିତା 25ଗୀତସଂହିତା 25
Compare ଗୀତସଂହିତା 25:15-22ଗୀତସଂହିତା 25:15-22