Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 25

ଗୀତସଂହିତା 25:2-7

Help us?
Click on verse(s) to share them!
2ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋ’ ଉପରେ ଉଲ୍ଲାସ ନ କରନ୍ତୁ।
3ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।
4ହେ ସଦାପ୍ରଭୁ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ।
5ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋ’ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।
6ହେ ସଦାପ୍ରଭୁ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।
7ମୋ’ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।

Read ଗୀତସଂହିତା 25ଗୀତସଂହିତା 25
Compare ଗୀତସଂହିତା 25:2-7ଗୀତସଂହିତା 25:2-7