Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 25

ଗୀତସଂହିତା 25:5-12

Help us?
Click on verse(s) to share them!
5ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋ’ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।
6ହେ ସଦାପ୍ରଭୁ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।
7ମୋ’ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
8ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
9ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।
10ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।
11ହେ ସଦାପ୍ରଭୁ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।
12ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।

Read ଗୀତସଂହିତା 25ଗୀତସଂହିତା 25
Compare ଗୀତସଂହିତା 25:5-12ଗୀତସଂହିତା 25:5-12