Text copied!
Bibles in Odia

ଗୀତସଂହିତା 25:6-22 in Odia

Help us?

ଗୀତସଂହିତା 25:6-22 in ଓଡିଆ ବାଇବେଲ

6 ହେ ସଦାପ୍ରଭୁ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।
7 ମୋ’ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
8 ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
9 ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।
10 ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।
11 ହେ ସଦାପ୍ରଭୁ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।
12 ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।
13 ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ।
14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
15 ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ।
16 ମୋ’ ପ୍ରତି ଫେର ଓ ମୋ’ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ।
17 ମୋ’ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର।
18 ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର।
19 ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି।
20 ମୋ’ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି।
21 ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ।
22 ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର।
ଗୀତସଂହିତା 25 in ଓଡିଆ ବାଇବେଲ