Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 25

ଗୀତସଂହିତା 25:7-17

Help us?
Click on verse(s) to share them!
7ମୋ’ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
8ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
9ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।
10ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।
11ହେ ସଦାପ୍ରଭୁ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।
12ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।
13ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ।
14ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
15ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ।
16ମୋ’ ପ୍ରତି ଫେର ଓ ମୋ’ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ।
17ମୋ’ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର।

Read ଗୀତସଂହିତା 25ଗୀତସଂହିତା 25
Compare ଗୀତସଂହିତା 25:7-17ଗୀତସଂହିତା 25:7-17