Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 27

ଗୀତସଂହିତା 27:1-4

Help us?
Click on verse(s) to share them!
1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି ? ସଦାପ୍ରଭୁ ମୋ’ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି ?
2ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।
3ସୈନ୍ୟଦଳ ମୋ’ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋ’ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।
4ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।

Read ଗୀତସଂହିତା 27ଗୀତସଂହିତା 27
Compare ଗୀତସଂହିତା 27:1-4ଗୀତସଂହିତା 27:1-4