2ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।
3ସୈନ୍ୟଦଳ ମୋ’ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋ’ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।
4ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
5କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।
6ଏଣୁ ଏବେ ମୋ’ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।