Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 27

ଗୀତସଂହିତା 27:3-10

Help us?
Click on verse(s) to share them!
3ସୈନ୍ୟଦଳ ମୋ’ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋ’ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।
4ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
5କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।
6ଏଣୁ ଏବେ ମୋ’ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
7ହେ ସଦାପ୍ରଭୁ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋ’ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।
8ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”
9ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋ’ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।
10କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।

Read ଗୀତସଂହିତା 27ଗୀତସଂହିତା 27
Compare ଗୀତସଂହିତା 27:3-10ଗୀତସଂହିତା 27:3-10