7ହେ ସଦାପ୍ରଭୁ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋ’ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।
8ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”
9ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋ’ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।