Text copied!
Bibles in Odia

ଗୀତସଂହିତା 27:8-14 in Odia

Help us?

ଗୀତସଂହିତା 27:8-14 in ଓଡିଆ ବାଇବେଲ

8 ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”
9 ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋ’ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।
10 କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।
11 ହେ ସଦାପ୍ରଭୁ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ।
12 ମୋ’ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋ’ ବିରୁଦ୍ଧରେ ଉଠିଅଛନ୍ତି।
13 ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥା’ନ୍ତି।
14 ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
ଗୀତସଂହିତା 27 in ଓଡିଆ ବାଇବେଲ