3ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ।
4ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ।
5ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ।
6ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋ’ ନିବେଦନର ରବ ଶୁଣିଅଛନ୍ତି।
7ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।