Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 29

ଗୀତସଂହିତା 29:4-10

Help us?
Click on verse(s) to share them!
4ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।
5ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।
6ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।
7ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ।
8ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।
9ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି।
10ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।

Read ଗୀତସଂହିତା 29ଗୀତସଂହିତା 29
Compare ଗୀତସଂହିତା 29:4-10ଗୀତସଂହିତା 29:4-10