3ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ।
4ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ।
5ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;
6ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।