Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 30

ଗୀତସଂହିତା 30:6-11

Help us?
Click on verse(s) to share them!
6ମୁଁ ଆପଣା ସମୃଦ୍ଧି ସମୟରେ କହିଲି, “ମୁଁ କେବେ ବିଚଳିତ ନୋହିବି।”
7ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।
8ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।
9ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ ? ଧୂଳି କି ତୁମ୍ଭର ପ୍ରଶଂସା କରିବ ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ ?
10ହେ ସଦାପ୍ରଭୁ, ଶୁଣ ଓ ମୋ’ ପ୍ରତି ଦୟା କର; ସଦାପ୍ରଭୁ, ତୁମ୍ଭେ ମୋହର ସହାୟ ହୁଅ।
11ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;

Read ଗୀତସଂହିତା 30ଗୀତସଂହିତା 30
Compare ଗୀତସଂହିତା 30:6-11ଗୀତସଂହିତା 30:6-11