8ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।
9ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ ? ଧୂଳି କି ତୁମ୍ଭର ପ୍ରଶଂସା କରିବ ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ ?
10ହେ ସଦାପ୍ରଭୁ, ଶୁଣ ଓ ମୋ’ ପ୍ରତି ଦୟା କର; ସଦାପ୍ରଭୁ, ତୁମ୍ଭେ ମୋହର ସହାୟ ହୁଅ।
11ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
12ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।