Text copied!
Bibles in Odia

ଗୀତସଂହିତା 31:16-23 in Odia

Help us?

ଗୀତସଂହିତା 31:16-23 in ଓଡିଆ ବାଇବେଲ

16 ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର।
17 ହେ ସଦାପ୍ରଭୁ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ।
18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।
19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍‍ !
20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।
21 ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋ’ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି।
22 ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋ’ ନିବେଦନର ରବ ଶୁଣିଲ।
23 ହେ ସଦାପ୍ରଭୁଙ୍କ ସଦ୍‍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।
ଗୀତସଂହିତା 31 in ଓଡିଆ ବାଇବେଲ