19ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍ !
20ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।