Text copied!
Bibles in Odia

ଗୀତସଂହିତା 31:4-15 in Odia

Help us?

ଗୀତସଂହିତା 31:4-15 in ଓଡିଆ ବାଇବେଲ

4 ସେମାନେ ଗୋପନରେ ମୋ’ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।
5 ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୁ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।
6 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।
7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋ’ ପ୍ରାଣର ତତ୍ତ୍ୱ ନେଇଅଛ।
8 ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।
9 ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।
10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋ’ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।
11 ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋ’ ନିକଟରୁ ପଳାଇଲେ।
12 ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; ମୁଁ ଭଗ୍ନ ପାତ୍ର ସଦୃଶ।
13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋ’ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋ’ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।
14 ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।”
15 ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋ’ ଶତ୍ରୁଗଣ ହସ୍ତରୁ ଓ ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।
ଗୀତସଂହିତା 31 in ଓଡିଆ ବାଇବେଲ