Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 32

ଗୀତସଂହିତା 32:6-11

Help us?
Click on verse(s) to share them!
6ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।
7ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। ସେଲା
8ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।
9ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।
10ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।
11ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।

Read ଗୀତସଂହିତା 32ଗୀତସଂହିତା 32
Compare ଗୀତସଂହିତା 32:6-11ଗୀତସଂହିତା 32:6-11