Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 33

ଗୀତସଂହିତା 33:1-18

Help us?
Click on verse(s) to share them!
1ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
2ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶ-ତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର।
3ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟ କର।
4କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ।
5ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;
6ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।
7ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।
8ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।
9ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବାମାତ୍ରେ ସ୍ଥିତି ହେଲା।
10ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।
11ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।
12ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।
13ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି;
14ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;
15ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।
16କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।
17ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।
18ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,

Read ଗୀତସଂହିତା 33ଗୀତସଂହିତା 33
Compare ଗୀତସଂହିତା 33:1-18ଗୀତସଂହିତା 33:1-18