13ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି;
14ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;
15ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।
16କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।
17ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।