Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 33

ଗୀତସଂହିତା 33:13-22

Help us?
Click on verse(s) to share them!
13ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି;
14ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;
15ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।
16କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।
17ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।
18ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,
19ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।
20ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ।
21ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।
22ହେ ସଦାପ୍ରଭୁ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।

Read ଗୀତସଂହିତା 33ଗୀତସଂହିତା 33
Compare ଗୀତସଂହିତା 33:13-22ଗୀତସଂହିତା 33:13-22