Text copied!
Bibles in Odia

ଗୀତସଂହିତା 33:14-21 in Odia

Help us?

ଗୀତସଂହିତା 33:14-21 in ଓଡିଆ ବାଇବେଲ

14 ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;
15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।
16 କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।
17 ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।
18 ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,
19 ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।
20 ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ।
21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।
ଗୀତସଂହିତା 33 in ଓଡିଆ ବାଇବେଲ