4କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ।
5ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;
6ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।