Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 33

ଗୀତସଂହିତା 33:5-13

Help us?
Click on verse(s) to share them!
5ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;
6ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।
7ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।
8ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।
9ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବାମାତ୍ରେ ସ୍ଥିତି ହେଲା।
10ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।
11ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।
12ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।
13ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି;

Read ଗୀତସଂହିତା 33ଗୀତସଂହିତା 33
Compare ଗୀତସଂହିତା 33:5-13ଗୀତସଂହିତା 33:5-13