7ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।
8ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।
9ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବାମାତ୍ରେ ସ୍ଥିତି ହେଲା।
10ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।