Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 34

ଗୀତସଂହିତା 34:15-20

Help us?
Click on verse(s) to share them!
15ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
16ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।
17ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।
18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
19ଧାର୍ମିକର ବିପଦ ଅନେକ; ମାତ୍ର ସେହି ସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
20ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।

Read ଗୀତସଂହିତା 34ଗୀତସଂହିତା 34
Compare ଗୀତସଂହିତା 34:15-20ଗୀତସଂହିତା 34:15-20