Text copied!
Bibles in Odia

ଗୀତସଂହିତା 34:16-22 in Odia

Help us?

ଗୀତସଂହିତା 34:16-22 in ଓଡିଆ ବାଇବେଲ

16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।
17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।
18 ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
19 ଧାର୍ମିକର ବିପଦ ଅନେକ; ମାତ୍ର ସେହି ସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
20 ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।
21 ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।
22 ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।
ଗୀତସଂହିତା 34 in ଓଡିଆ ବାଇବେଲ