Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 34

ଗୀତସଂହିତା 34:3-17

Help us?
Click on verse(s) to share them!
3ଆହେ, ମୋ’ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।
4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
5ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍‍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।
6ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।
7ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
8ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
9ହେ ତାହାଙ୍କର ସଦ୍‍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।
10ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।
11ହେ ବାଳକମାନେ, ଆସ, ମୋ’ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।
12ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ ?
13ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର।
14ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।
15ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
16ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।
17ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।

Read ଗୀତସଂହିତା 34ଗୀତସଂହିତା 34
Compare ଗୀତସଂହିତା 34:3-17ଗୀତସଂହିତା 34:3-17