Text copied!
Bibles in Odia

ଗୀତସଂହିତା 34:3-8 in Odia

Help us?

ଗୀତସଂହିତା 34:3-8 in ଓଡିଆ ବାଇବେଲ

3 ଆହେ, ମୋ’ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।
4 ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
5 ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍‍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।
6 ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।
7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
ଗୀତସଂହିତା 34 in ଓଡିଆ ବାଇବେଲ