Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 35

ଗୀତସଂହିତା 35:1-10

Help us?
Click on verse(s) to share them!
1ଦାଉଦଙ୍କର ଗୀତ। ସଦାପ୍ରଭୁ, ଯେଉଁମାନେ ମୋ’ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋ’ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର।
2ଢାଲ ଓ ଫଳକ ଧାରଣ କର ଓ ମୋର ସାହାଯ୍ୟ ନିମନ୍ତେ ଠିଆ ହୁଅ।
3ମଧ୍ୟ ବର୍ଚ୍ଛା ଧରି ମୋ’ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋ’ ପ୍ରାଣକୁ କୁହ, “ଆମ୍ଭେ ତୁମ୍ଭର ପରିତ୍ରାଣ।”
4ମୋ’ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।
5ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।
6ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ।
7ଯେହେତୁ ସେମାନେ ଅକାରଣରେ ମୋ’ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, ସେମାନେ ଅକାରଣରେ ମୋ’ ପାଇଁ ଖାତ ଖୋଳି ଅଛନ୍ତି।
8ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।
9ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।
10ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”

Read ଗୀତସଂହିତା 35ଗୀତସଂହିତା 35
Compare ଗୀତସଂହିତା 35:1-10ଗୀତସଂହିତା 35:1-10