Text copied!
Bibles in Odia

ଗୀତସଂହିତା 35:13-23 in Odia

Help us?

ଗୀତସଂହିତା 35:13-23 in ଓଡିଆ ବାଇବେଲ

13 ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ।
14 ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।
15 ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋ’ ଅଜ୍ଞାତସାରରେ ମୋ’ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;
16 ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋ’ ଉପରେ ଦନ୍ତ ଘର୍ଷଣ କଲେ।
17 ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ଅନାଇ ଥିବ ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।
18 ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
19 ମୋ’ ଉପରେ ମୋ’ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।
20 ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।
21 ହଁ, ସେମାନେ ମୋ’ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
22 ହେ ସଦାପ୍ରଭୁ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୁ, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
23 ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୁ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।
ଗୀତସଂହିତା 35 in ଓଡିଆ ବାଇବେଲ