16ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋ’ ଉପରେ ଦନ୍ତ ଘର୍ଷଣ କଲେ।
17ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ଅନାଇ ଥିବ ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।
18ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
19ମୋ’ ଉପରେ ମୋ’ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।
20ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।
21ହଁ, ସେମାନେ ମୋ’ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
22ହେ ସଦାପ୍ରଭୁ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୁ, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।