Text copied!
Bibles in Odia

ଗୀତସଂହିତା 35:16-25 in Odia

Help us?

ଗୀତସଂହିତା 35:16-25 in ଓଡିଆ ବାଇବେଲ

16 ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋ’ ଉପରେ ଦନ୍ତ ଘର୍ଷଣ କଲେ।
17 ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ଅନାଇ ଥିବ ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।
18 ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
19 ମୋ’ ଉପରେ ମୋ’ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।
20 ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।
21 ହଁ, ସେମାନେ ମୋ’ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
22 ହେ ସଦାପ୍ରଭୁ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୁ, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
23 ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୁ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।
24 ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋ’ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।
25 “ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।
ଗୀତସଂହିତା 35 in ଓଡିଆ ବାଇବେଲ