Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 35

ଗୀତସଂହିତା 35:18-27

Help us?
Click on verse(s) to share them!
18ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
19ମୋ’ ଉପରେ ମୋ’ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।
20ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।
21ହଁ, ସେମାନେ ମୋ’ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
22ହେ ସଦାପ୍ରଭୁ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୁ, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
23ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୁ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।
24ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋ’ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।
25“ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।
26ଯେଉଁମାନେ ମୋ’ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋ’ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।
27ଯେଉଁମାନେ ମୋ’ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ।

Read ଗୀତସଂହିତା 35ଗୀତସଂହିତା 35
Compare ଗୀତସଂହିତା 35:18-27ଗୀତସଂହିତା 35:18-27