2ଢାଲ ଓ ଫଳକ ଧାରଣ କର ଓ ମୋର ସାହାଯ୍ୟ ନିମନ୍ତେ ଠିଆ ହୁଅ।
3ମଧ୍ୟ ବର୍ଚ୍ଛା ଧରି ମୋ’ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋ’ ପ୍ରାଣକୁ କୁହ, “ଆମ୍ଭେ ତୁମ୍ଭର ପରିତ୍ରାଣ।”
4ମୋ’ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।
5ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।
6ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ।
7ଯେହେତୁ ସେମାନେ ଅକାରଣରେ ମୋ’ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, ସେମାନେ ଅକାରଣରେ ମୋ’ ପାଇଁ ଖାତ ଖୋଳି ଅଛନ୍ତି।
8ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।
9ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।
10ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”