Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 35

ଗୀତସଂହିତା 35:21-28

Help us?
Click on verse(s) to share them!
21ହଁ, ସେମାନେ ମୋ’ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
22ହେ ସଦାପ୍ରଭୁ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୁ, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
23ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୁ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।
24ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋ’ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।
25“ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।
26ଯେଉଁମାନେ ମୋ’ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋ’ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।
27ଯେଉଁମାନେ ମୋ’ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ।
28ପୁଣି, ମୋହର ଜିହ୍ୱା ଦିନସାରା ତୁମ୍ଭ ଧର୍ମଗୁଣ ଓ ତୁମ୍ଭ ପ୍ରଶଂସାର କଥା କହିବ।

Read ଗୀତସଂହିତା 35ଗୀତସଂହିତା 35
Compare ଗୀତସଂହିତା 35:21-28ଗୀତସଂହିତା 35:21-28