Text copied!
Bibles in Odia

ଗୀତସଂହିତା 35:4-9 in Odia

Help us?

ଗୀତସଂହିତା 35:4-9 in ଓଡିଆ ବାଇବେଲ

4 ମୋ’ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।
5 ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।
6 ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ।
7 ଯେହେତୁ ସେମାନେ ଅକାରଣରେ ମୋ’ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, ସେମାନେ ଅକାରଣରେ ମୋ’ ପାଇଁ ଖାତ ଖୋଳି ଅଛନ୍ତି।
8 ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।
9 ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।
ଗୀତସଂହିତା 35 in ଓଡିଆ ବାଇବେଲ