Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 35

ଗୀତସଂହିତା 35:5-19

Help us?
Click on verse(s) to share them!
5ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।
6ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ।
7ଯେହେତୁ ସେମାନେ ଅକାରଣରେ ମୋ’ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, ସେମାନେ ଅକାରଣରେ ମୋ’ ପାଇଁ ଖାତ ଖୋଳି ଅଛନ୍ତି।
8ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।
9ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।
10ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”
11ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁ ଅଛନ୍ତି।
12ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ।
13ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ।
14ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।
15ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋ’ ଅଜ୍ଞାତସାରରେ ମୋ’ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;
16ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋ’ ଉପରେ ଦନ୍ତ ଘର୍ଷଣ କଲେ।
17ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ଅନାଇ ଥିବ ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।
18ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
19ମୋ’ ଉପରେ ମୋ’ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।

Read ଗୀତସଂହିତା 35ଗୀତସଂହିତା 35
Compare ଗୀତସଂହିତା 35:5-19ଗୀତସଂହିତା 35:5-19