Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 36

ଗୀତସଂହିତା 36:1-11

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ଦୁଷ୍ଟର ଅପରାଧ ମୋ’ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।
2କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।
3ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।
4ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।
5ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।
6ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।
7ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
8ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
9କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।
10ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।
11ଅହଂକାରୀର ଚରଣ ମୋ’ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ।

Read ଗୀତସଂହିତା 36ଗୀତସଂହିତା 36
Compare ଗୀତସଂହିତା 36:1-11ଗୀତସଂହିତା 36:1-11