Text copied!
Bibles in Odia

ଗୀତସଂହିତା 36:2-9 in Odia

Help us?

ଗୀତସଂହିତା 36:2-9 in ଓଡିଆ ବାଇବେଲ

2 କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।
3 ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।
4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।
5 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।
6 ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।
7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।
ଗୀତସଂହିତା 36 in ଓଡିଆ ବାଇବେଲ