23ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।
24ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।
25ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
26ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।
27ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।
28କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
29ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।
30ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।
31ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ।
32ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।