Text copied!
Bibles in Odia

ଗୀତସଂହିତା 38:14-20 in Odia

Help us?

ଗୀତସଂହିତା 38:14-20 in ଓଡିଆ ବାଇବେଲ

14 ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ।
15 କାରଣ ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।
16 କାରଣ ମୁଁ କହିଲି, କେଜାଣି ମୋହର ଶତ୍ରୁମାନେ ମୋ’ ଉପରେ ଆନନ୍ଦ କରିବେ; ମୋ’ ପାଦ ଖସିଗଲା ବେଳେ ସେମାନେ ମୋ’ ପ୍ରତିକୂଳରେ ଦର୍ପ କରନ୍ତି।
17 ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋ’ ସମ୍ମୁଖରେ ଥାଏ।
18 ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।
19 ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।
20 ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।
ଗୀତସଂହିତା 38 in ଓଡିଆ ବାଇବେଲ