Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 38

ଗୀତସଂହିତା 38:15-21

Help us?
Click on verse(s) to share them!
15କାରଣ ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।
16କାରଣ ମୁଁ କହିଲି, କେଜାଣି ମୋହର ଶତ୍ରୁମାନେ ମୋ’ ଉପରେ ଆନନ୍ଦ କରିବେ; ମୋ’ ପାଦ ଖସିଗଲା ବେଳେ ସେମାନେ ମୋ’ ପ୍ରତିକୂଳରେ ଦର୍ପ କରନ୍ତି।
17ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋ’ ସମ୍ମୁଖରେ ଥାଏ।
18ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।
19ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।
20ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।
21ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।

Read ଗୀତସଂହିତା 38ଗୀତସଂହିତା 38
Compare ଗୀତସଂହିତା 38:15-21ଗୀତସଂହିତା 38:15-21